କରୋନାରୁ ସୁସ୍ଥ ହେଲେ ଆଉ ୨୬୧୦ ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଅପେକ୍ଷା ସୁସ୍ଥ ଅଧିକ ହେଉଛନ୍ତି। ଏହା ରାଜ୍ୟ ପାଇଁ ଏକ ଆଶ୍ୱସ୍ତ କର ବିଷୟ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ରାଜ୍ୟରେ ୨୬୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨ ଲକ୍ଷ ୪୬ ହଜାର ୮୩୭ରେ ପହଞ୍ଚିଛି।

ଆଜିର ଏହି କରୋନା ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪୩୮, କଟକରୁ ୨୦୪, ସୁନ୍ଦରଗଡ଼ରୁ ୧୭୧, ଅନୁଗୁଳରୁ ୧୪୮, ଯାଜପୁରରୁ ୧୧୯, ବାଲେଶ୍ୱରରୁ ୧୧୩, ସମ୍ବଲପୁରରୁ ୧୦୯ ଜଣ ରହିଛନ୍ତି। ସେହିପରି ମୟୂରଭଞ୍ଜରୁ ୯୯, ବଲାଙ୍ଗିରରୁ ୯୫, ନବରଙ୍ଗପୁରରୁ ୯୧, ବରଗଡ଼ରୁ ୮୩, ଜଗତସିଂହପୁରରୁ ୭୮, ଭଦ୍ରକରୁ ୬୯, ଝାରସୁଗୁଡ଼ାରୁ ୬୮, କେନ୍ଦ୍ରାପଡ଼ାରୁ ୬୮, କେନ୍ଦୁଝରରୁ ୬୧, ନୂଆପଡ଼ାରୁ ୬୧, ପୁରୀରୁ ୫୪, ସୋନପୁରରୁ ୫୩, କଳାହାଣ୍ଡିରୁ ୫୨, କୋରାପୁଟରୁ ୫୦, କନ୍ଧମାଳରୁ ୪୫, ନୟାଗଡ଼ରୁ ୪୧, ଗଞ୍ଜାମରୁ ୩୪, ଢ଼େଙ୍କାନାଳରୁ ୩୦, ମାଲକାନଗିରିରୁ ୨୮, ବୌଦ୍ଧରୁ ୧୮, ଦେବଗଡ଼ରୁ ୧୩, ଗଜପତିରୁ ୧୨ ଏବଂ ରାୟଗଡ଼ାରୁ ୧୨ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲରୁ ୯୩ ଜଣ ସୁସ୍ଥ ହୋଇଛନ୍ତି।