ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ୨୯ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨ଜଣ ଓ ସ୍ଥାନୀୟ ସଂକ୍ରମଣ ୨୭ଜଣ ରହିଛନ୍ତି। ଅନ୍ୟପଟେ ୧୫ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୪୫୦ ହୋଇଥିବାବେଳେ ୩୧ହଜାର ୯୦୮ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୨୭୧ ଜଣ ଚିକିତ୍ସିତ ହେଉଛନ୍ତି।