ଦେଶରେ ୩.୯୨ ଲକ୍ଷ ନୂଆ କୋଭିଡ ପଜିଟିଭ ଚିହ୍ନଟ, ୩୬୮୯ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୯୨ ହଜାର ୪୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୬୮୯ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ଜାରି କରାଯାଇଛି।

ଏହି ନୂଆ କୋଭିଡ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୯୫ ଲକ୍ଷ ୫୭ ହଜାର ୪୫୭କୁ ବୃଦ୍ଧି ପାଇଛି। ଅନ୍ୟପଟେ କୋଭିଡ ସଂକ୍ରମିତ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୦୭ ହଜାର ୮୬୫ ଜଣ ସୁସ୍ଥ ହୋଇଥିବା ବେଳେ ସମୁଦାୟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୧ କୋଟି ୫୯ ଲକ୍ଷ ୯୨ ହଜାର ୨୭୧ରେ ପହଞ୍ଚିଛି।

ସେହିପରି ବର୍ତ୍ତମାନ ୩୩ ଲକ୍ଷ ୪୯ ହଜାର ୬୪୪ ଜଣ ସକ୍ରିୟ କରୋନା ରୋଗୀ ଚିକିତ୍ସାଧୀନ ଥିବା ବେଳେ ୨ ଲକ୍ଷ ୧୫ ହଜାର ୫୪୨ ଜଣଙ୍କ ମୃତ୍ୟୁ ହୋଇସାରିଛି। ସେହିପରି ଦେଶରେ ଆଜି ସୁଦ୍ଧା ୧୫ କୋଟି ୬୮ ଲକ୍ଷ ୧୬ ହଜାର ୩୧ ଜଣ କୋଭିଡ ଟିକା ନେଇସାରିଛନ୍ତି।