ରାଜ୍ୟରେ କରୋନାରେ ଗଲା ଆଉ ୩ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନାରେ ରାଜ୍ୟରେ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୫୩ରେ ପହଞ୍ଚିଛି। ଏହି ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଓ ବାଲେଶ୍ୱରରୁ ଜଣେ ରହିଛନ୍ତି। ଏଥିସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭ରେ ପହଞ୍ଚିଥିବା ବେଳେ ୩,୨୨,୯୭୨ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୯୮୯ ଜଣ ଚିକିତ୍ସାଧୀନ ଅଛନ୍ତି।