ଭୁବନେଶ୍ବର,ଏନ୍ଏନ୍ଏସ୍: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ୨୦୨୨ ଜାନୁଆରୀରୁ ପିଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନସନ ପାଉଥିବା ପେନସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ୭ ଲକ୍ଷ ସରକାରୀ କର୍ମଚାରୀ ତଥା ୪ ଲକ୍ଷ ପେନସନଭୋଗୀ ଉପକୃତ ହେବେ।