ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୨ କରୋନା ରୋଗୀ ଚିହ୍ନଟ, ୩ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୩୨୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୪୨ ଜଣ ରହିଛନ୍ତି। ସେହିପରି କ୍ୱାରେଣ୍ଟାଇନ ସେଣ୍ଟରରୁ ୧୮୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୧୩୫ ରହିଛି। ଅନ୍ୟପଟେ ରାଜ୍ୟରେ ଆଉ ୩ ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ଜଣାପଡ଼ିଛି।

୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨, ବାଲେଶ୍ୱର ୫, ବରଗଡରୁ ୧, ଭଦ୍ରକ ୭, ବୌଦ୍ଧରୁ ୧, କଟକ ୧୯, ଢେଙ୍କାନାଳରୁ ୩, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୯, ଯାଜପୁରରୁ ୧୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୮, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୧୬୯, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୧, ନୟାଗଡରୁ ୪, ନୂଆପଡାରୁ ୩, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁର ୧୦, ସୋନପୁରରୁ ୧, ସୁନ୍ଦରଗଡରୁ ୮ ଓ ଷ୍ଟେଟ ପୁଲରୁ ୩୯ ଜଣ ରହିଛନ୍ତି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୪୨୨ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୩୦ ହଜାର ୨୬ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୪ ହଜାର ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେହିପରି ରାଜ୍ୟରେ ଏପର୍ଯ୍ୟନ୍ତ ୮୩୪୩ ଜଣଙ୍କର ମୃତ୍ୟୁ ହୋଇସାରିଛି।