ଆଜି ୩୪ ନୂଆ ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୨୧କୁ ବୃଦ୍ଧି

ବାରିପଦା,ଏନ୍ଏନ୍ଏସ୍: ଆଜି ମୟୂରଭଞ୍ଜ ଜିଲ୍ଲାରୁ ୩୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୧କୁ ବୃଦ୍ଧି ପାଇଛି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ଼ କେୟାର ସେଣ୍ଟର ଓ କୋଭିଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଯାତ୍ରା ବିବରଣୀ ଯାଞ୍ଚ କରାଯାଉଛି ବୋଲି ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡ଼ିଛି। ଏଥିସହିତ ଅଗଷ୍ଟ ୬ ସୁଦ୍ଧା ଜିଲ୍ଲାରେ ସୁସ୍ଥ ସଂଖ୍ୟା ୫୮୫ ରହିଥିବାବେଳେ ସକ୍ରିୟ ସଂଖ୍ୟା ୨୩୩ରେ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁସାରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି।