ରାଜଧାନୀରେ ୩୪୨ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୨୧ ହଜାର ୧୯୭କୁ ବୃଦ୍ଧି ରାଜ୍ୟ By Nitidin On Sep 28, 2020 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୩୪୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୧ଜଣ ଓ ସ୍ଥାନୀୟ ସଂକ୍ରମଣ ୨୩୧ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧ହଜାର ୧୯୭କୁ ବୃଦ୍ଧି ପାଇଛି। ଅନ୍ୟପଟେ ୩୨୧ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ହଜାର ୧୯୭ ହୋଇଥିବାବେଳେ ୧୭ ହଜାର ୪୯୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୮୮ ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୫୯୫ ଜଣ ଚିକିତ୍ସିତ ହେଉଛନ୍ତି। Share