ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୫୧ କରୋନା ରୋଗୀ ଚିହ୍ନଟ, ୪ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୩୫୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୪୫ ଜଣ ରହିଛନ୍ତି। ସେହିପରି କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୧୪୪ ରହିଛି। ଅନ୍ୟପଟେ ରାଜ୍ୟରେ ଆଉ ୪ ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ଜଣାପଡ଼ିଛି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୭୭୩ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୩୦ ହଜାର ୪୪୨ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୩୯୩୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେହିପରି ରାଜ୍ୟରେ ଏପର୍ଯ୍ୟନ୍ତ ୮୩୪୭ ଜଣଙ୍କର ମୃତ୍ୟୁ ହୋଇସାରିଛି।