ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୩୭୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୬୫ ଜଣ ରହିଛନ୍ତି। ସେହିପରି କ୍ୱାରେଣ୍ଟାଇନ ସେଣ୍ଟରରୁ ୨୧୮ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୧୫୬ ରହିଛି। ଅନ୍ୟପଟେ ରାଜ୍ୟରେ ଆଉ ୪ ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ଜଣାପଡ଼ିଛି।
୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୨ ଜଣ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୨୨, କଟକରୁ ୧୭, ବାଲେଶ୍ୱରରୁ ୧୪ ଓ ଯାଜପୁରରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୃତକଙ୍କ ମଧ୍ୟରେ ଖେର୍ଦ୍ଧାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ନୟାଗଡ ଓ କଟକରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ହୋଇଛି।
ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୯୬୯ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୨୮ ହଜାର ୨୦୭ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୪ ହଜାର ୩୮୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେହିପରି ରାଜ୍ୟରେ ଏପର୍ଯ୍ୟନ୍ତ ୮,୩୨୯ ଜଣଙ୍କର ମୃତ୍ୟୁ ହୋଇସାରିଛି।