ଦେଶରେ କମୁଛି କରୋନା ପ୍ରକୋପ, ୨୪ ଘଣ୍ଟାରେ ୩୮୩୧୦ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ, ଏଜେନ୍ସି: ଦେଶରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୮,୩୧୦ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨ , ୬୭, ୬୨୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୪୯୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ପଳରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୩ ହଜାର ୦୯୭ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୪୧ ହଜାର ୪୦୫ଜଣ ସକ୍ରିୟ ରୋଗୀ ଥିବାବେଳେ ୭୬ ଲକ୍ଷ ୩ ହଜାର ୧୨୧ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।