ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୫୨୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୨ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।