ଆଖି ବୁଜିଲା ପୋଡି ହୋଇଯାଇଥିବା ଚତୁର୍ଥ ଶିଶୁ

ଭୁୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ପୂର୍ବାହ୍ନରେ ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ଖଇରଚଟା ଗ୍ରାମରେ ପାଳଗଦାରେ ନିଆଁ ଲାଗି ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ସେମାନଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି । ସଙ୍କଟାପନ୍ନ ଅବସ୍ଥାରେ ଥିବା ଶିଶୁକୁ ମାଗଣା ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୃତକଙ୍କ ମଧ୍ୟରେ ୩ ପୁଅ ଓ ଜଣେ ଝିଅ ରହିଥିଲେ। ଅନ୍ୟ ଜଣେ ପୁଅର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ।