ରାଜ୍ୟରେ କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୪୭୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କଟକ,ଜଗତସିଂହପୁର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।