ଦେବଗଡ଼ରୁ ପୁଣି ୪ କରୋନା ପଜିଟିଭ ଚିହ୍ନଟ

ଦେବଗଡ଼,ଏନ୍ଏନ୍ଏସ୍: ଦେବଗଡ଼ ଜିଲ୍ଲାରେ ପୁଣି ୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି। ସେଥିମମଧ୍ୟରୁ ୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୨୦ଜଣ ଚିକିତ୍ସିତ ହେଉଛନ୍ତି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ କାବାହାଲ ଓ ଜଣେ କେଲଡ଼ା ସଙ୍ଗରୋଧ କେନ୍ଦ୍ରରୁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କର୍ଣ୍ଣାଟକ ଓ ତାମିଲନାଡ଼ୁ ଫେରନ୍ତା ବୋଲି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।