ରାଜ୍ୟରେ ହ୍ରାସ ହେଉଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୪୦ ପଜିଟିଭ୍‌

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୭୦୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।

ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୨ ଜଣ।

ଅନୁଗୁଳରୁ ୨୨, ବଲେଶ୍ୱରରୁ ୧, ଗଜପତିରୁ ୨, ଯାଜପୁରରୁ ୨, ଝାରସୁଗୁଡାରୁ ୨, ଖୋର୍ଦ୍ଧାରୁ ୩, ମୟୂରଭଞ୍ଜରୁ ୩, ସମ୍ବଲପୁରରୁ ୫ ଜଣ ରହିଛନ୍ତି। ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୮୭,୭୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୬୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨,୭୮,୧୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩,୦୭,୩୯,୧୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି।