ରାଜ୍ୟରେ ଦିନକରେ ୪୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ସର୍ବନିମ୍ନ ସ୍ତରରେ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ୨୮ଟି ଜିଲ୍ଲା ଓ ଷ୍ଟେପୁଲରୁ ୪୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ଜଣ ରହିଛନ୍ତି।

ଏହି ୪୩୪ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୪ ଜଣ ଅଛନ୍ତି। ତେବେ ଗଜପତି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୦୧୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୧୩,୩୯୪ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୪,୮୧୫ ଚିକିତ୍ସାଧୀନ ଅଛନ୍ତି।