ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୫ଜଣ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ’ ବ୍ଲକ୍ରୁ୨ଜଣ ଏବଂ ଟାଙ୍ଗର ପାଲି ବ୍ଲକ୍ରୁ ଜଣେ ଚିହ୍ନଟ ହୋଇଛନ୍ତି। ସମସ୍ତେ ମହାରାଷ୍ଟ୍ରରୁ ଫେରିଥଲେ। ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୩ଜଣ ସୁସ୍ଥ ହୋଇଛନ୍ତି ଅନ୍ୟ ୧୦ଜଣ ଚିକିତ୍ସିତ ହେଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ।

ସୂଚନାଯୋଗ୍ୟ, ଆଜି ସକାଳେ ରାଜ୍ୟରେ ୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଇଥିଲେ। ସନ୍ଧ୍ୟାରେ ଜଣେ ୫ବର୍ଷର ଶିଶୁପୁତ୍ର ଝାରସୁଗୁଡ଼ା ଜିଲ୍ଲାରୁ ଚିହ୍ନଟ ହୋଇଥିଲେ।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ୪୩୬ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୭୫୨ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।