ଦେବଗଡ଼,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବାବେଳେ ଆଜି ଦେବଗଡ ଜିଲ୍ଲାରେ ୫ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦୧କୁ ବୃଦ୍ଧି ପାଇଛି। ସେହିପରି ଜିଲ୍ଲାର ୯୪ ଜଣ କରୋନା ଆକ୍ରାନ୍ତ ସୁସ୍ଥହୋଇ ଘରକୁ ଫେରିଥିବା ବେଳେ ଏବେ ମଧ୍ୟ ୭ଜଣ ଚିକିତ୍ସାଧୀନ ରହିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କଲଣ୍ଡା ପଞ୍ଚାୟତର ହୋଇଥିବାବେଳେ ଅନ୍ୟ ୪ ଜଣ ଦେବଗଡ଼ ପୌରାଞ୍ଚଳର ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।