ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୩୪୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୯୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ରହିଛନ୍ତି।