ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୪୬୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୧୪୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ ଅନୁଗୁଳ, ବାଲେଶ୍ୱର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।