ବିଜୟୱାଡା,ଏଜେନ୍ସି: ଆଜି ସକାଳେ ଆନ୍ଧ୍ରପ୍ରଦେଶର ବିଜୟୱାଡାରେ ଥିବା ଏକ କୋଭିଡ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଦୁର୍ଘଟଣାରେ ପ୍ରଥମେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଥିବା ବେଳେ ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଏହି ଘଟଣା ପରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ୍ ମୋହନ ରେଡ୍ଡୀ ମୃତକଙ୍କ ପରିବାରକୁ ୫୦ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଯିବା ନେଇ ଘୋଷଣା କରିଛନ୍ତି। ସେହିପରି ଅନ୍ୟ ଆହତମାନଙ୍କ ଚିକିତ୍ସା ଜାରି ରହିଥିବା ଜଣାପଡ଼ିଛି।
ସୂଚନା ଅନୁସାରେ ବିଜୟୱାଡାର ଏକ ହୋଟେଲକୁ କୋଭିଡ କେୟାର ସେଣ୍ଟ କରାଯାଇଥିଲା। ଆଜି ପୂର୍ବାହ୍ନ ୫ଟାରେ ଉକ୍ତ ହସ୍ପିଟାଲରେ ଅଚାନକ ନିଆଁ ଲାଗିଯାଇଥିଲା। ପରେ ଖବର ପାଇ ଦମକଳ ବାହିନୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏନେଇ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କୁ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦିଆଯିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ କୋଭିଡ-୧୯ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟଣାର ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।