ମାଲକାନଗିରିରୁ ୫୨ କରୋନା ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ୧୦୮୩କୁ ବୃଦ୍ଧି

ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାରେ ପୁଣି ୫୨ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୩କୁ ବୃଦ୍ଧି ପାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ମାଲକାନଗିରି ପୌର ପରିଷଦ ଅଞ୍ଚଳରୁ ୧୧, ବାଲିମେଳା ଏନଏସିରୁ ୧୪, କାଲିମେଳାରୁ ୧୧, କୋରୁକୋଣ୍ଡାରୁ ୮, ଖଇରପୁଟରୁ ୨, ମାଲକାନଗିରି ବ୍ଲକରୁ ୨ ଓ ମାଥିଲିରୁ ୪ଜଣ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଆଗ ଧାଡ଼ିର କୋଭିଡ ଯୋଦ୍ଧା ଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଆଜିର ୫୨ଜଣଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୩ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୬୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୩୯୨ଜଣ ଚିକିତ୍ସିତ ହେଉଛନ୍ତି।