କେନ୍ଦୁଝରରୁ ୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ୧୩୩୫କୁ ବୃଦ୍ଧି

କେନ୍ଦୁଝର,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲାରେ ୫୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫ରେ ପହଞ୍ଚିଛି। ଅନ୍ୟପଟେ ୧୦୬୮ଜଣ ସୁସ୍ଥ ହେଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪୭ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ଅନ୍ୟ ୬ଜଣ ବିଭିନ୍ନ କ୍ଲଷ୍ଟରସ୍ତରୀୟ ଟିଏମସି ରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ମୋଟ ୩,୧୫୦ ଜଣଙ୍କର ନମୁନା ପରୀକ୍ଷା କରାଯାଇଥିଲା। ଜିଲ୍ଲାରେ ଏବେ ଅଧିକରୁ ଅଧିକ ପରୀକ୍ଷା କରିବା ଉପରେ ପ୍ରଶାସନ ଗୁରୁତ୍ୱ ଦେଉଛି। ମାସ୍କ ପରିଧାନ, ସାମାଜିକ ଦୂରତ୍ୱ ସହ ସମସ୍ତ କୋଭିଡ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ନେଇ ଜନସାଧାରଣଙ୍କୁ ସଚେତନ କରାଯାଉଛି।