ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡାରେ ଆଜି ପୁଣି ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡା ପୌରପରିଷଦ ଅଞ୍ଚଳରୁ ୩୪ ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୧୨ ଜଣ, ଝାରସସୁଗୁଡା ବ୍ଲକରୁ ୬ ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ଜଣେ, ଲଇକେରା ବ୍ଲକରୁ ଜଣେ ଓ କୋଲାବିରା ଅଞ୍ଚଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଅକ୍ରାନ୍ତଙ୍କ ମଧ୍ୟରେ ୫ ଜଣ ଇନଷ୍ଟିଚ୍ୟୁସନାଲ କ୍ୱରେଣ୍ଟାଇନରେ ଥିବାବେଳେ ୫୦ ଜଣ ହୋମ କ୍ୱାରେଣ୍ଟାଇନରେ ଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୩୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୬୮୮ଜଣ ସୁସ୍ଥ ହୋଇଥିବାବେଳେ ୪୪୨ଜଣଙ୍କ ଚିକିତ୍ସା ଜାରିରହିଛି ଏବଂ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।