ରାଜଧାନୀରୁ ପୁଣି ୫୯୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ଆଜି ୫୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୭୭୯୪କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୩୩୪୮୭ ଜଣ ସୁସ୍ଥହୋଇ ଘରକୁ ଫେରିଥିବା ବେଳେ ୨୫୦ଜଣ ପ୍ରାଣ ହରାଇଛନ୍ତି।

୪୦୩୬ ଜଣ ସକ୍ରିୟ ରହିଛନ୍ତି। ସେହିପରି ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୬୦ଜଣ ସ୍ଥାନୀୟବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୧୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ସୂଚନା ଦିଆଯାଇଛି।