ରାଜ୍ୟରୁ ଆଉ ୫୯୪ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡିଶାରେ କରୋନା ପ୍ରଭାବ କମୁଛି। ଦୈନିକ ୧୦୦୦ ତଳକୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ରାଜ୍ୟର ୩୦ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲରୁ ଆଉ ୫୯୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରୁ ଗତ ୨୪ ଘଣ୍ଟାରେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରର ଏବଂ ଅନ୍ୟ ୨୫୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ରାଜ୍ୟରେ ଏ ପର୍ଯ୍ୟନ୍ତ ୫୭,୭୭,୫୭୦ କରୋନା ନମୁନା ପରୀକ୍ଷା କରାଯାଇଛି। ଏଯାଏଁ ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟା ୩ ଲକ୍ଷ ୧୭ ହଜାର ୨୩୯ରେ ପହଞ୍ଚିଛି। ୩ ଲକ୍ଷ ୮ ହଜାର ୮୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬ ହଜାର ୬୨୯ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।