୫ବର୍ଷର ଶିଶୁପୁତ୍ର କରୋନା ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଝାରସୁଗଡ଼ା ଜିଲ୍ଲା ମଙ୍ଗଳ ବଜାରର ୫ବର୍ଷର ଶିଶୁପୁତ୍ର ବୋଲି ଜଣାପଡ଼ିଛି। ସେ ବାହାର ରାଜ୍ୟରୁ ଆସି ପରିବାର ସହ ହୋମ୍ କ୍ୱାରେଣ୍ଟାଇନରେ ରହିଥିଲେ। ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ପୂର୍ବରୁ ଚିହ୍ନଟ ହୋଇଥିବା ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ଏ ନେଇ ଝାରସୁଗୁଡ଼ା ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଆଜି ସକାଳେ ୧୧ଟି ଜିଲ୍ଲାରୁ ୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ରାଜ୍ୟରେ ବତ୍ତର୍ମାନ କରୋନା ଆକ୍ରାନ୍ତ ସଂଖ୍ୟା ୧୧୯୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ୪୩୬ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୭୪୭ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକତ୍ସିତ ହେଉଛନ୍ତି।