ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୦୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।