ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୯୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।