କରୋନାରେ ଆଉ ୬୦ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୬୦ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୫,୬୩୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୧୪, ଅନୁଗୁଳ ଓ କଟକରୁ ୬ ଲେଖାଏଁ, କେଉଁଝର, ପୁରୀ, ଓ ଖୋର୍ଦ୍ଧାରୁ ୫ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁରରୁ ୪ ଲେଖାଏଁ, ଭୁବନେଶ୍ୱରରୁ ୩, ଭଦ୍ରକରୁ ୨, ଯାଜପୁର ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ମୃତକ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।