ଭୁବନେଶ୍ୱରରୁ ୬୦ କରୋନା ପଜିଟିଭ ଚିହ୍ନଟ: କ୍ୱାରେଣ୍ଟାଇନରୁ ୪୦, ସ୍ଥାନୀୟ ୨୦

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୬୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୪୦ଜଣ ଓ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିସହିତ ୧୮ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୬୦ଜଣ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୧୯ ହୋଇଥିବାବେଳେ ୪୦୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୧ଜଣଙ୍କର ମୃତ୍ୟୁ ଘଟିଛି ଓ ୫୦୪ଜଣ ଚିକିତ୍ସିତ ହେଉଛନ୍ତି।