ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୬୦୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୫୪ ଜଣ ଥିବାବେଳେ ଲୋକାଲ କେସ ରହିଛି ୨୫୫। ସେହିପରି ୧୮ ବର୍ଷରୁ କମ ବର୍ଗର ୧୨୨ ଜଣ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୨ ହଜାର ୧୬୭ରେ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି।
ଆଜି ଅନୁଗୁଳରୁ ୧୨, ବାଲେଶ୍ୱରରୁ ୩୧, ବରଗଡ଼ରୁ ୯, ଭଦ୍ରକରୁ ୧୮, ବଲାଙ୍ଗିରରୁ ୪, କଟକରୁ ୧୧୩, ଦେବଗଡରୁ ୪, ଢେଙ୍କାନାଳରୁ ୮, ଗଜପତିରୁ ୧, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨୨, ଯାଜପୁରରୁ ୩୧, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୧୩, କେନ୍ଦୁଝରରୁ ୮, ଖୋର୍ଦ୍ଧାରୁ ୧୮୮, କୋରାପୁଟରୁ ୬, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୧, ନବରଙ୍ଗପୁରରୁ ୫, ନୟାଗଡରୁ ୫, ପୁରୀରୁ ୨୦, ରାୟଗଡାରୁ ୭, ସମ୍ବଲପୁରରୁ ୧୬, ସୋନପୁରରୁ ୨, ସୁନ୍ଦରଗଡରୁ ୯ ଓ ଷ୍ଟେଟ ପୁଲରୁ ୪୫ ଜଣ ରହିଛନ୍ତି।
ତେବେ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୬ ହଜାର ୯୯୬ଟି ଆକ୍ଟିଭ୍ କେସ ଥିବାବେଳେ ୯ ଲକ୍ଷ ୯୭ ହଜାର ୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।