ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ଆଉ ୬୪ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ସୁଧାର ଆସିନାହିିଁ। ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ଲେଖାଏଁ ରହିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଢେଙ୍କାନାଳ, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।