ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮, କଟକରୁ ୧୦, ପୁରୀରୁ ୯, ମୟୂରଭଞ୍ଜରୁ ୬, ଅନୁଗୁଳରୁ ୫, ଯାଜପୁର ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ ରହିଛନ୍ତି। ସେହିପରି ଭଦ୍ରକ, ବଲାଙ୍ଗିର ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।