ରାଜ୍ୟରେ କରୋନା ନେଲା ଆଉ ୬୭ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି। ସେହିପରି ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।