କରୋନାରେ ଆଖି ବୁଜିଲେ ଆଉ ୬୯: ସଂଖ୍ୟା ୬,୧୦୨କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୬୯ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୧୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨୧, କଟକରୁ ୮, ପୁରୀରୁ ୭, କେନ୍ଦ୍ରାପଡ଼ାରୁ ୬, ବାଲେଶ୍ୱର, ଜଗତସିଂହପୁର, ମୟୁରଭଞ୍ଜ ଓ ଭଦ୍ରକରୁ ୩ ଲେଖାଏଁ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, ଗଞ୍ଜାମ, ଖୋର୍ଦ୍ଧା ଓ ଅନୁଗୁଳରୁ ୨ଲେଖାଏଁ, ବଲାଙ୍ଗିର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ମୃତକ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।