ରାଜ୍ୟରେ କରୋନା ନେଲା ଆଉ ୬୯ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୧୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୭୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବରଗଡରୁ ୫ ଜଣ, ସୁନ୍ଦରଗଡରୁ ୪ ଜଣ, ବଲାଙ୍ଗିର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳରୁ ୨ ଜଣ ଲେଖାଏଁ ଏବଂ ଢେଙ୍କାନାଳ, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।