ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ପୁଣି ଉପରମୁହାଁ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହି ସଂକ୍ରମିତଙ୍କ ମଧ୍ୟରେ ୪୦୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୨୯୪ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୩ ଜଣ ଶିଶୁ ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ୱରରୁ ୩୦ ଜଣ, ଭଦ୍ରକରୁ ୧୩ ଜଣ, କଟକରୁ ୯୦ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୪ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୫ ଜଣ, ଯାଜପୁରରୁ ୩୯ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୩୨୩ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ବଲପୁରରୁ ୮ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟପୁଲରୁ ୭୬ ଜଣ ରହିଛନ୍ତି।
ଫଳରେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୮୭୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦ ଲକ୍ଷ ୫ ହଜାର ୫୬୪ଜଣ ସୁସ୍ଥ ହୋଇଛନ୍ତି।