ରାଜ୍ୟରେ କରୋନାରେ ଗଲା ଆଉ ୭ ସଂକ୍ରମିତଙ୍କ ଜୀବନ

ଭୁୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ କିଛି ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୩୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୨ ଜଣ ରହିଛନ୍ତି। ସେହିପରି ବାଲେଶ୍ୱର, କଟକ, ଢେଙ୍କାନାଳ, କେନ୍ଦ୍ରାପଡା ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି। ବାଲେଶ୍ୱରର ମୃତକ ଜଣକ ହେଲେ ୬ ବର୍ଷର ଶିଶୁ କନ୍ୟା।