ରାଜଧାନୀରୁ ପୁଣି ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ, ୩୫୦ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୭୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୦୬୨୮କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୩୪୮୮୪ଜଣ ସୁସ୍ଥ ହୋଇଥିବାବେଳେ ୨୫୫ ଜଣଙ୍କର ମୃତ୍ୟୁ ହୋଇଛି।

ସେହିପରି ୫୪୬୮ଟି ଆକ୍ଟିଭ କେସ ରହିଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୫୫୭ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୩୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।