ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ହୁ ହୁ ହୋଇ ବଢ଼ି ଚାଲିଥିବା ବେଳେ ଲୋକଙ୍କଠାରେ ସୁସ୍ଥ ଖବର କିଛିମାତ୍ରାରେ ଆଶ୍ୱସ୍ତି ଦେଉଛି। ଆଜି ରାଜ୍ୟରେ ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ସୁସ୍ଥ ସଂଖ୍ୟା ୨୧ ହଜାର ୨୭୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ତରଫରୁ ସୂଚନା ଦିଆଯାଇଛି। ଏଥିସହିତ ରାଜ୍ୟରେ ବର୍ତ୍ତମାନ ୧୧ ହଜାର ୯୮୦ ଜଣ କରୋନା ଆକ୍ରାନ୍ତ ସକ୍ରିୟ ଅଛନ୍ତି।

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୬୨, ଗଞ୍ଜାମରୁ ୧୩୯, କଟକରୁ ୭୮, ସୁନ୍ଦରଗଡ଼ରୁ ୫୮, ଗଜପତିରୁ ୪୯, ଭଦ୍ରକରୁ ୩୩, କେନ୍ଦୁଝରରୁ ୩୧, ପୁରୀରୁ ୨୮, ନୟାଗଡ଼ରୁ ୨୨, ରାୟଗଡ଼ାରୁ ୨୦, ବାଲେଶ୍ୱରରୁ ୧୯, କୋରାପୁଟରୁ ୧୮, ମାଲକାନଗିରିରୁ ୧୬, ନବରଙ୍ଗପୁରରୁ ୧୩, କନ୍ଧମାଳ ଓ ସମ୍ବଲପୁରରୁ ୧୦ ଜଣ ଲେଖାଏଁ, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୯ ଜଣ ଲେଖାଏଁ, ଜଗତସିଂହପୁରରୁ ୮, ବରଗଡ଼ରୁ ୭, ଢ଼େଙ୍କାନାଳ ଓ ଝାରସୁଗୁଡ଼ାରୁ ୬ ଜଣ ଲେଖାଏଁ, ବଲାଙ୍ଗିର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।