ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତକାଲି ତୁଳନାରେ ପୁଣି ୧୨ ପ୍ରତିଶତ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୫୭ଟି କରୋନା ପଜିଟିଭ ମାମଲା ସାମ୍ନାକୁ ଆସିଛି। ଏହି ଆକ୍ରାନ୍ତଙ୍କ ଭିତରେ ୪୩୬ ଜଣ ସଂଗରୋଧ କେନ୍ଦ୍ରର ହୋଇଥିବାବେଳେ ୩୨୧ ଜଣ ସ୍ଥାନୀୟ ସଂକ୍ରମିତ ଥିବା ଜଣାପଡ଼ିଛି।

ସେହିପରି ଦୈନିକ ସଂକ୍ରମଣ ତାଲିକାରେ ଖୋର୍ଦ୍ଧା ପ୍ରଥମ ସ୍ଥାନରେ ରହିଥିବାବେଳେ ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲା ରହିଛି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୨ ହଜାର ୫୪୫ରେ ପହଞ୍ଚିଛି। ସେଥିରୁ ୩ ଲକ୍ଷ ୨ ହଜାର ୭୯୬ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୮ ହଜାର ୮୮ ଜଣ ଚିକିତ୍ସାଧୀନ ରହିଛନ୍ତି।