ବରଗଡ,ଏନ୍ଏନ୍ଏସ୍: ଆଜି ବିଜେପି ପକ୍ଷରୁ ୮ ଘଣ୍ଟିଆ ବରଗଡ ବନ୍ଦ ଡାକରା ଦିଆଯାଇଛି। ବରଗଡ ଟାଉନ ଥାନା ହାଜତ ମୃତ୍ୟୁ ମାମଲା ଓ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏହି ବନ୍ଦ ଡାକରା ଦେଇଛି ବିଜେପି।
ଏନେଇ ଆଜି ସକାଳ ୬ଟାରୁ ବନ୍ଦ ପାଳନ ଆରମ୍ଭ ହୋଇଯାଇଥିବା ବେଳେ ମଧ୍ୟାହ୍ନ ୨ଟା ପର୍ଯ୍ୟନ୍ତ ଜାରି ରହିବ। ଏହାର ପ୍ରଭାବରେ ଜିଲ୍ଲାର ସମସ୍ତ ଦୋକାନ ବଜାର ବନ୍ଦ ରହିବା ସହ ସରକାରୀ ଅନୁଷ୍ଠାନ ବନ୍ଦ ରହିଥିବା ଜଣାପଡିଛି।