ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୮୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୧୩୨୫ରେ ପହଂଚିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ଆଜି ସୁସ୍ଥ ହୋଇଥିବା ମୋଟ ସଂକ୍ରମିତଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୭ଜଣ ରହିଥିବାବେଳେ କେନ୍ଦ୍ରାପଡ଼ା ଓ ମାଲକାନଗିରିରୁ ୧୬ ଲେଖାଏଁ ଓ କଟକ ଜିଲ୍ଲାରୁ ୭ ଜଣ ରହିଛନ୍ତି। ସେହିପରି ନୟାଗଡ଼, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ାରୁ ୩ଜଣ ଲେଖାଏଁ, ଗଞ୍ଜାମ, କଳାହାଣ୍ଡି ଓ ଖୋର୍ଦ୍ଧାରୁ ୨ ଲେଖାଏଁ ଏବଂ ବଲାଙ୍ଗିର, ନବରଙ୍ଗପୁର ଓ ଜଗତସିଂହପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ ହୋଇଥିବାବେଳେ ୧୩୨୫ ଜଣ ସୁସ୍ଥ ହୋଇଛନ୍ତି। ଆଉ ୯୧୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ୭ ଜଣଙ୍କର ମୃତ୍ୟୁ ଘଟିଛି।