ରାଜଧାନୀରୁ ପୁଣି ୮୦୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୬୩୧୭କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୩୭୬୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୬୬ଜଣଙ୍କ ମୃତ୍ୟୁ ହୋଇଛି।

ଅନ୍ୟପକ୍ଷରେ ୮୩୭୮ଟି ଆକ୍ଟିଭ କେସ ରହିଛି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୧୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୬୯୦ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୫୯୮ଜଣ ସୁସ୍ଥହୋଇ ଘରକୁ ଫେରିଛନ୍ତି।