ରାଜ୍ୟରେ ଆଉ ୮,୨୧୬ କରୋନାରେ ସଂକ୍ରମିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୮,୨୧୬ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୪,୬୮୪ଜଣ ଓ ସ୍ଥାନୀୟ ସଂକ୍ରମଣ ୩,୫୩୨ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୭୯ହଜାର ୭୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୨୭୧, ସୁନ୍ଦରଗଡ଼ରୁ ୬୩୬, କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୁଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୋନପୁରରୁ ୨୪୮, କଳାହାଣ୍ଡି ଓ ଷ୍ଟେଟପୋଲରୁ ୨୩୮ ଲେଖାଏଁ, ରାୟଗଡ଼ା ଜିଲ୍ଲାରୁ ୨୩୨ଜଣ ରହିଛନ୍ତି। ସେହିପରି ମୟୁରଭଞ୍ଜରୁ ୧୯୦, କୋରାପୁଟରୁ ୧୩୩, କେଉଁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ ଓ ଦେଓଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭ ଓ ମାଲକାନଗିରି ଜିଲ୍ଲାରୁ ୩୨ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪ଲକ୍ଷ ୭୯ହଜାର ୭୫୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ଲକ୍ଷ ୪ହଜାର ୬୩ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨ହଜାର ୮୮ଜଣଙ୍କର ମୃତ୍ୟୁ ଘଟିଛି ଓ ୭୩ହଜାର ୫୪୮ ଜଣ ଚିକିତ୍ସିତ ହେଉଛନ୍ତି।