ରାଜଧାନୀରୁ ଆଜି ପୁଣି ୮୨୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଭୁବନେଶ୍ୱରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୭୧୪୦କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୩୮୩୬୧ ସୁସ୍ଥହୋଇଥିବା ବେଳେ୨୬୮ଜଣଙ୍କର ମୃତ୍ୟୁ ହୋଇଛି। ସେହିଭଳି ୮୪୯୦ଜଣ ଚିକିତ୍ସାଧୀନ ରହିଛନ୍ତି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୫୦ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୬୩୭ ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଭୁବନେଶ୍ୱରରୁ ଆଜି ୭୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।