ରାଜ୍ୟରେ ଆଉ ୯ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୪୯ ହଜାର ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି। ଏହି ମଧ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୯୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ, କେନ୍ଦୁଝରରୁ ୨ ଜଣ ଏବଂ ଭଦ୍ରକ, କଟକ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି।