ରାଜଧାନୀରୁ ପୁଣି ୯ ପଜିଟିଭ, ୧୦ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ପୁଣି ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧୭୪୧ରେ ପହଞ୍ଚିଛି। ସେଥିମଧ୍ୟରୁ ୩୧୨୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୪୩ଜଣଙ୍କର ମୃତ୍ୟୁ ହୋଇଛି।

ସେହିପରି ୨୦୦ ଜଣ ଚିକିତ୍ସାଧୀନ ରହିଛନ୍ତି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୫ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୧୦ଜଣ ସୁସ୍ଥ ହୋଇ ଘରକୁ ୁଫେରିଛନ୍ତି।